ଖୁବଶୀଘ୍ର ମିଳିବ ସୁଭଦ୍ରା ଟଙ୍କା
ଖୁବ୍ ଶୀଘ୍ର ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ‘ସୁଭଦ୍ରା’ ଯୋଜନା ନେଇ ଏହି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଖୁବ୍ ଶୀଘ୍ର ତୃତୀୟ ପର୍ଯ୍ୟାୟରେ ଟଙ୍କା ଦିଆଯିବ। ଠିକଣା ସମୟରେ ଏନେଇ ତାରିଖ ଘୋଷଣା କରାଯିବ । ଏଯାଏଁ ୧ କୋଟି ୬୦ ହଜାର ମହିଳା ଆବେଦନ କରିସାରିଲେଣି । ବାକିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଶେଷ ହିତାଧିକାରୀ ‘ସୁଭଦ୍ରା ‘ଟଙ୍କା ପାଇବା ଯାଏଁ ଏହି ପ୍ରକ୍ରିୟା ଜାରି ରହିବ । ଏବେ ବି ଯାଞ୍ଚ ପ୍ରକ୍ରିୟା ଚାଲୁରହିଛି । ଏଯାଏଁ ପ୍ରାୟ ୬୦ ଲକ୍ଷ ମହିଳା ‘ସୁଭଦ୍ରା’ ଟଙ୍କା ପାଇସାରିଲେଣି ।