ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ସୁପ୍ରିମକୋର୍ଟରେ ଆସିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲାର ରାୟ । ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ଦୁଇ ଆବେଦନକାରୀଙ୍କୁ ୨ ଲକ୍ଷ ଲେଖାଏଁ ଜରିମାନା ପାଇଁ ନିର୍ଦ୍ଦେଶ ହୋଇଛି ।
ଏହି କାମ ବିପୁଳ ଜନସ୍ବାର୍ଥ ପାଇଁ କରାଯାଉଛି । ଏଭଳି ଭାବେ ପିଆଇଏଲ୍ ଫାଇଲ୍ କରିବା ଆଇନର ଦୁରୁପଯୋଗ କରୁଛି ବୋଲି କହିଛନ୍ତି ସୁପ୍ରିମକୋର୍ଟ । ଶ୍ରୀମନ୍ଦିର ଚାରି ପାଖରେ ଚାଲିଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବନ୍ଦ କରିବା ପାଇଁ ହାଇକୋର୍ଟ କୌଣସି ସ୍ଥଗିତାଦେଶ ଦେଇନଥିବାରୁ ଏହା ବିରୋଧରେ ସୁପ୍ରିମ କୋର୍ଟରେ ସୁମନ୍ତ କୁମାର ଘଡ଼େଇ ସମେତ ପୃଥକ ଭାବେ ୩ଟି ସ୍ବତନ୍ତ୍ର ଲିଭ୍ ପିଟିସନ ଦାଖଲ ହୋଇଥିଲା । ତେବେ ରାଜ୍ୟ ସରକାର ମେ’ ୧୩ ତାରିଖରେ ସୁପ୍ରିମ କୋର୍ଟ ଏହି ମାମଲାରେ କ୍ୟାଭେଟ୍ ଫାଇଲ୍ କରିଥିଲେ ।