ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ୱର : ଆଳି ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଥିବା ସମୟରେ ୬୬ ବର୍ଷ ବୟସରେ ଦେବେନ୍ଦ୍ରଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି ।
ଆପଣଙ୍କୁ କହିରଖୁଛୁ ଯେ, ପୂର୍ବରୁ କେନ୍ଦ୍ରାପଡା ରାଜନିତୀରେ ଦେବେନ୍ଦ୍ର ସକ୍ରିୟ ରହିଥିଲେ । ୨୦୧୪ ମସିହାରେ କଂଗ୍ରେସ ଟିକଟରେ ନିର୍ବାଚନ ଲଢି ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦେବେନ୍ଦ୍ର । ଦେବେନ୍ଦ୍ରଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନେକ ବିଶିଷ୍ଠ ନେତା ଦେବେନ୍ଦ୍ରଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି ।