ପ୍ରଧାନମନ୍ତ୍ରୀଙ୍କୁ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ SPG ଟିମ୍

0

ଆସନ୍ତା ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଚଳଚଞ୍ଚଳ ହୋଇଛି ପ୍ରଶାସନିକ କଳ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଦିଲ୍ଲୀରୁ SPG ଟିମ୍ ଓଡ଼ିଶା ଆସିଛନ୍ତି। ଗତକାଲି ୮ ଜଣିଆ SPG ଟିମ୍ ସଦସ୍ୟ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତର ପ୍ରମୁଖ ସୁରକ୍ଷା ଦାୟିତ୍ୱରେ ରହିବେ ଏହି ଟିମ୍। ପ୍ରଧାନମନ୍ତ୍ରୀ ବିମାନ ବନ୍ଦରରେ ପହଞ୍ଚିବାଠାରୁ ଜନତା ମୈଦାନ ପର୍ଯ୍ୟନ୍ତ ପୂରା ସୁରକ୍ଷା ଭାର ସମ୍ଭାଳିବ ଏସପିଜି। ଆଜି SPG ଟିମ୍ ଭେନ୍ୟୁ ସ୍ଥଳ ଜନତା ମଇଦାନ ଯାଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବା କାର୍ଯ୍ୟକ୍ରମ ରହିଛି। ସେହିପରି ଗତକାଲି ଲୋକସଭା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଅନୁଷ୍ଠିତ ବୈଠକରେ ଡିଜିପି ଓ ଆଇଜିପିଙ୍କୁ ଆଇନ ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅନ୍ୟ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Leave a comment

You cannot copy content of this page