ବଜ୍ରପାତ: ୨ ମୃତ, ୨ ଗୁରୁତର

ଭୁବନେଶ୍ୱର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ବଜ୍ରପାତରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ପଣସଡିହାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତରଙ୍କୁ ଠାକୁରମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ସେପଟେ ଚିଲିକା ବ୍ଲକ ନଈରୀ ମାଛ ଜେଟି ନିକଟରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେପଟେ ତାତିରୁ ମିଳିଲା ଆଶ୍ୱସ୍ତି । ପ୍ରବଳ ଗରମ ଭିତରେ ଆଶ୍ୱସ୍ତି ପାଇଛନ୍ତି ରାଜ୍ୟବାସୀ । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେଉଛି । ରାଜଧାନୀ ଭୁବନେଶ୍ୱରରେ ବି କାଳବୈଶାଖୀ ବର୍ଷା ହୋଇଛି ।