ବାତ୍ୟା ପରିଚାଳନା ଲାଗି ଜିଲ୍ଲା ଦାୟିତ୍ୱରେ ନେତା ଓ ସଚିବ
ଭୁବନେଶ୍ୱର ଅକ୍ଟୋବର ୨୩: ସମ୍ଭାବ୍ୟ ବାତ୍ୟା ଦାନା ୧୧ଟି ଜିଲ୍ଲା ଉପରେ ପଡିବ ବୋଲି ଆକଳନ କରାଯାଇଛି। ତେବେ ବିଶେଷ କରି ୯ଟି ଜିଲ୍ଲା ଅଧିକ ମାତ୍ରା ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଏହି ୯ଟି ଜିଲ୍ଲା ଉପରେ ବାତ୍ୟା ପରିଚାଳନା ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୯ ଜଣ ବରିଷ୍ଠ ମନ୍ତ୍ରୀଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି। ଏହା ସହିତ ୬ଟି ଜିଲ୍ଲା ଉପରେ ସଚିବଙ୍କୁ ସ୍ୱତନ୍ତ୍ର ଦାୟିତ୍ୱ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଓ ଆଇଏଏସ ଅଧିକାରୀଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି।
ବାତ୍ୟାରେ ସର୍ବାଧିକ ଜଗତସିଂହପୁର ଜିଲ୍ଲା ପ୍ରଭାବିତ ହେବ ବୋଲି କୁହାଯାଇଛି। ଜଗତସିଂହପୁର ଜିଲ୍ଲାରେ ପ୍ରଶାସନ ବାତ୍ୟା ପରିଚାଳନା ଉପରେ ନଜର ରଖିବେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ। ସେହିପରି ବାଲେଶ୍ୱର ଜିଲ୍ଲାରେ ରବିନାରାୟଣ ନାଏକ, ଭଦ୍ରକ ପାଇଁ କ୍ରୀଡା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୟୂରଭଞ୍ଜ ପାଇଁ କୃଷ୍ଣଚନ୍ଦ୍ର ମହାପାତ୍ର, ପୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦ୍ରାପଡ଼ା ପାଇଁ କନକବର୍ଦ୍ଧନ ସିଂହଦେଓ, ଗଞ୍ଜାମ ପାଇଁ ବିଭୂତି ଭୂଷଣ ଜେନା, କେନ୍ଦୁଝର ପାଇଁ କୃଷ୍ଣଚନ୍ଦ୍ର ପାତ୍ର, କଟକ ପାଇଁ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ସେହିପରି ଲଘୁ ଖଣିଜ ନିର୍ଦ୍ଦେଶକ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ, ବଲୱନ୍ତ ସିଂହଙ୍କୁ ପୁରୀ, ବିନୀତ ଭରଦ୍ୱାଜଙ୍କୁ ମୟୂରଭଞ୍ଜ, ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ ଜିଲ୍ଲା ଦାୟିତ୍ୱ ପ୍ରଦାନ କରାଯାଇଛି।