ଭରତପୁର ଥାନା ମାମଲା; ରାଜଭବନ ଆଗରେ ମହିଳା ବିଜୁ ଜନତା ଦଳର ବିକ୍ଷୋଭ

0

ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ତେଜୁଛି ପ୍ରତିବାଦର ସ୍ବର। ରାଜଭବନ ଆଗରେ ବିକ୍ଷୋଭ ମହିଳା ବିଜୁ ଜନତା ଦଳର ବିକ୍ଷୋଭ ପ୍ରଦର୍ଶନ। ରାଜ୍ୟରେ ମହିଳା ସୁରକ୍ଷିତ ନୁହନ୍ତି। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ଥ ହୋଇପଡ଼ିଛି ବୋଲି ଦଳ କହିଛି।
ସୂଚନା ଅନୁସାରେ ଗତ ଶନିବାର ରାତି ଅଧରେ ଭୁବନେଶ୍ବର ଭରତପୁର ଥାନା ଅଞ୍ଚଳରେ କେତେକ ଦୁବୃର୍ତ୍ତଙ୍କ ଆକ୍ରମଣର ଶିକାର ହୋଇଥିଲେ ସେନା ମେଜର ଗୁରୁବନ୍ତ ସିଂ ଓ ତାଙ୍କ ବାନ୍ଧବୀ। ଦୁର୍ବୃତ୍ତଙ୍କ ବିରୋଧରେ ଅଭିଯୋଗ ନେଇ ସେମାନେ ଭରତପୁର ଥାନାକୁ ଯାଇଥିଲେ। ତେବେ ଦୁର୍ବୃତ୍ତଙ୍କୁ ଧରିବା ବଦଳରେ ଭରତପୁର ଥାନା ପୋଲିସ ଓଲଟା ଅଭିଯୋଗକାରୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।
ଅନ୍ୟପଟେ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ କରାଯାଇଛି। ରାଜ୍ୟପାଳଙ୍କ ପୁଅ ମାଡ଼ ମାରିବା ଘଟଣାରେ ଯଦି ଆକ୍ସନ ନିଆଯାଇଥାନ୍ତା ତେବେ ଭରତପୁର ଘଟଣା ସାମ୍ନାକୁ ଆସି ନଥାନ୍ତା ବୋଲି ଦଳ କହିଛି। ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ମରା ଅଭିଯୋଗ ମାମଲାରେ ପୂର୍ବତନ ଆଇଆଇସିଙ୍କ ସମେତ ୫ ପୋଲିସ ଅଧିକାରୀ ସସପେଣ୍ଡ ହୋଇଛନ୍ତି।

Leave a comment