ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧି କଲେ ସରକାର

0

ଭୁବନେଶ୍ୱର: ଦୁର୍ଗାପୂଜାର ଉତ୍ସବ ପାଳନକୁ ଅଧିକ ମୁଖରିତ କରିଛନ୍ତି ରାଜ୍ୟ ସରକାର। ଏହିକ୍ରମରେ ସରକାରୀ କର୍ମଚାରୀଙ୍କ ଗ୍ରାଚୁଇଟି ସୀମାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଆଜି ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଏହାକୁ ସ୍ପଷ୍ଟ କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ପ୍ରକାଶିତ ଏହି ବିଜ୍ଞପ୍ତିରେ କୁହାଯାଇଛି, ‘ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି’।
ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚୁଇଟିକୁ ବର୍ଦ୍ଧିତ ଆକାରରେ ଲାଗୁ କରାଯିବ। ଏହା ଜୁନୁଆରୀ ପହିଳା 2024 ରୁ ପିଛିଲା ଭାବରେ ଲାଗୁ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିନେଇ ପୂର୍ବରୁ ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।
ଏହା ପୂର୍ବରୁ ସରକାର ଜାନୁୟାରୀ ପହିଳା ୨୦୨୪ ରୁ ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ କେନ୍ଦ୍ରୀୟ ସିଭିଲ ସର୍ଭିସେସ୍ (ପେନ୍ସନ୍) ନିୟମ ଅନୁଯାୟୀ ମୃତ୍ୟୁ ତଥା ଅବସର କାଳୀନ ଗ୍ରାଚ୍ୟୁଟିକୁ ବୃଦ୍ଧି କରିଥିବା ଘୋଷଣା କରିଥିଲେ।

Leave a comment

You cannot copy content of this page