୧୫ରୁ ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି(ଓଡ଼ିଶା ଫାଷ୍ଟ ବ୍ୟୁରୋ): ଚଳିତ ମାସ ୧୫ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଓ ବ୍ଲକ ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ଅନବସର ଦର୍ଶନ ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ । ଏଥିରେ ଅଲାରନାଥ ସେବାୟତ ନିଯୋଗ ସ୍ଥାନୀୟ ଲୋକପ୍ରତିନିଧି ଓ ବିଭିନ୍ନ ସାମାଜିକ ସଂଗଠନର ସଦସ୍ୟ ଯୋଗଦେଇଥିଲେ ।
ସୂଚନାଯୋଗ୍ୟ, ଜୁନ ୧୪ ତାରିଖରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଥିବାବେଳେ ୧୫ ତାରିଖରୁ ଆରମ୍ଭ ହେବ ପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନ। ୧୦୮ ଶୁଭାଷିତ ଗରା ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହେବେ ମହାପ୍ରଭୁ । ତେଣୁ ୧୪ ଦିନ ଧରି ଦ୍ୱିତୀୟ ଶ୍ରୀକ୍ଷେତ୍ର ପାଲଟିବ ବ୍ରହ୍ମଗିରିର ଅଲାରନାଥ ପିଠ। ରତନ୍ନସିଂହାସନରେ ମହାପ୍ରଭୁଙ୍କ ଦର୍ଶନ ନପାଇ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରିବେ ଭକ୍ତ ।