ଆଜି ପୁଣି ୧୧୦ କରୋନା ପଜିଟିଭ ଚିହ୍ନଟ, ୩୨୫୦ରେ ପହଂଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟରେ ପୁଣି ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆ ଯାଇଛି। ଏଥିରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ଥିବାବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୩୩ ରହିଛନ୍ତି। ସେହିପରି କଟକ ଜିଲ୍ଲା ରୁ ୨୦ ଥିବାବେଳେ , ରାୟଗଡା ଜିଲ୍ଲାରୁ ୪ ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୧୪ ଜଣ,ଝାରସୁଗୁଡା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୨ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଗଜପତି ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।