ଆଜି ଭୁବନେଶ୍ୱରରୁ ୧୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୧୧୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬୨ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୯ଟି ସ୍ଥାନୀୟ ସଂକ୍ରମଣ ରହିଥିବା ନେଇ ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୮ରେ ପହଞ୍ଚିଥିବା ବେଳେ ଆଜି ସୁସ୍ଥ ହୋଇଥିବା ୨୯ଜଣଙ୍କୁ ମିଶାଇ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୮୬୩ରେ ପହଞ୍ଚିଛି।
Update on newly detected & cured #COVID19 cases in the last 24 hrs under the BMC area on 25th July 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/2reCdHoT9x— BMC (@bmcbbsr) July 25, 2020
ସମ୍ପ୍ରତି ୯୬୨ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ଏବଂ ୧୧ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଅଧିକ କଣ୍ଟାକ୍ଟ୍ ଟ୍ରେସିଙ୍ଗ୍ ଚାଲିଛି। ପ୍ରାଥମିକ କଣ୍ଟାକ୍ଟ୍ ଏବଂ ଆଖପାଖର ଘର, କ୍ୱାରେଣ୍ଟିନକୁ ସାନିଟାଇଜ୍ କରାଯାଉଛି ବୋଲି କହିଛି ମହାନଗର ନିଗମ। ଆଜି ରାଜ୍ୟରେ ୧୩୨୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୪ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୮୮୭ ଓ ସ୍ଥାନୀୟ ଅଞ୍ଚଳରୁ ୪୩୩ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୦୧୩କୁ ବୃଦ୍ଧି ପାଇଛି। ଗଞ୍ଜାମରୁ ସର୍ବାଧିକ ୫୬୦ ଓ ଖୋର୍ଦ୍ଧାରୁ ୧୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀ ଓ ଗଜପତି ଜିଲ୍ଲାରୁ ୯୦ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।