କଟକରେ ପୁଣି କାୟା ମେଲେଇଲା କରୋନା : ଘରୋଇ କଲେଜରୁ ୧୨ ପଜିଟିଭ୍ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କଟକର ଏକ ଘରୋଇ କଲେଜରୁ ଏକାସାଙ୍ଗେ ୧୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ କି ହଷ୍ଟେଲ୍‌ରେ ଏବେ କଣ୍ଟାକ୍ଟ୍ର ଟ୍ରେସିଂ ଆରମ୍ଭ ହୋଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଲେଜ୍‌ ହଷ୍ଟେଲ୍‌ରେ ରହୁଥିବା ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ହୋମ୍‌ ଆଇସୋଲେସନ୍‌ରେ ରହିବାକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, କଟକରେ ଥିବା ଏକ ଘରୋଇ କଲେଜରେ କିଛି ଦିନ ପୂର୍ବରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସେ ଏବେ ଚିକିତ୍ସାଧୀନ ରହିଥିବା ବେଳେ ତାଙ୍କ କଣ୍ଟାକ୍ଟ ଟ୍ରେସିଂରେ ୨୫ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା ।ତେବେ ପରୀକ୍ଷା ହୋଇଥିବା ନମୁନାରୁ ୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ଏବେ ଚିନ୍ତା ବଢାଇଦେଇଛି ।

Leave a comment