ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କମୁଛି ସଂକ୍ରମଣ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ୧୮ ବର୍ଷରୁ କମ ବୟସର କୌଣସି ବି ସଂକ୍ରମିତ ନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୫୧କୁ ବୃଦ୍ଧି ପାଇଛି ।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୨୮୮୬୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୮ଟି ଆକ୍ଟିଭ କେସ ରହିଥିବା ବେଳେ ୧୨୭୯୩୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave a comment