ରାଜ୍ୟରେ ଆଜି ସୁସ୍ଥ ହେଲେ ୧୩୦୫ ଜଣ କରୋନା ଆକ୍ରାନ୍ତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):  ଆଜି ରାଜ୍ୟରୁ ୧୩୦୫ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ତେବେ ଏଯାବତ ରାଜ୍ୟରୁ ୩୯୨୦୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଗଞ୍ଜାମ ଜିଲ୍ଲାରୁ ଆଜି ସର୍ବାଧିକ ୨୬୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୧୫୬ଜଣ, କଟକ ଜିଲ୍ଲାରୁ ୧୨୮ଜଣ, ଯାଜପୁର ଜିଲ୍ଲାରୁ ୧୧୧ଜଣ, ମାଲକାନଗିରି ଜିଲ୍ଲାରୁ ୭୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୩ଜଣ, ପୁରୀ ଜିଲ୍ଲାରୁ ୫୦ଜଣ, କଳାହାଣ୍ଡି ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କୋରାପୁଟ ଜିଲ୍ଲାରୁ ୩୩ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୨୮ଜଣ, ଗଜପତି ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୨୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ,ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲା ୯ଜଣ ଓ ବଲାଙ୍ଗୀର ଜିଲ୍ଲାରୁ ୮ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

Leave a comment