ରାଜ୍ୟରେ ସୁସ୍ଥ ହେଲେ ୧୬୭୩ ଜଣ କରୋନା ଆକ୍ରାନ୍ତ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବୁଧବାର ୨୯ଟି ଜିଲ୍ଲାରୁ ୧୬୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩୬ ହଜାର ୪୭୮ରେ ପହଞ୍ଚିଛି। ଗଂଜାମ ଜିଲ୍ଲାରୁ ସର୍ବାଧିକ ୩୮୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୭୭ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୩ ଜଣ, କଟକ ଜିଲ୍ଲାରୁ ୧୨୬ ଜଣ, କୋରାପୁଟ ଜିଲ୍ଲାରୁ ୧୨୦ ଜଣ ଓ ପୁରୀ ଜିଲ୍ଲାରୁ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ସମ୍ବଲପୁର ଜିଲ୍ଲାରୁ ୬୧, ବରଗଡ଼ ଜିଲ୍ଲାରୁ ୫୦ ଜଣ, କେନ୍ଦୁଝର ଜିଲ୍ଲାରୁ ୪୭ ଜଣ, ରାୟଗଡ଼ା ଜିଲ୍ଲାରୁ ୪୭ ଜଣ, କନ୍ଧମାଳ ଜିଲ୍ଲାରୁ ୪୬ ଜଣ, ନୟାଗଡ଼ ଜିଲ୍ଲାରୁ ୩୫ ଜଣ, ଯାଜପୁର ଜିଲ୍ଲାରୁ ୩୪ ଜଣ, ଗଜପତି ଜିଲ୍ଲାରୁ ୩୩ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୨୮ ଜଣ, ଭଦ୍ରକ ଜିଲ୍ଲାରୁ ୨୬ ଜଣ, ମୟୂରଭଂଜ ଜିଲ୍ଲାରୁ ୨୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୫ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ୪ ଜଣ, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।