ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

0

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀ ମାନେ www.odisharesults.nic.inରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ । ଏନେଇ ଶନିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଥିଲା ।

ସୂଚନା ଅନୁଯାୟୀ, କଳା ବିଭାଗରେ ମୋଟ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକରେ ୫ହଜାର ୮୬୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏଥିପାଇଁ ରାଜ୍ୟର ୧,୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରୀକ୍ଷା ପରିଚାଳନା ହବ୍ (ନୋଡାଲ୍ ସେଣ୍ଟର) କରାଯାଇଥିଲା । ଗତ ଜୁଲାଇ ୨୭ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ବିଜ୍ଞାନରେ ୯୪.୧୨ ଓ ବାଣିଜ୍ୟରେ ୯୦ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିଲେ ।

Leave a comment