ଅଣ ରାସନକାର୍ଡଧାରୀଙ୍କୁ ଦୁଇ ଲିଟର କିରୋସିନି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଅଣ ରାସନକାର୍ଡଧାରୀଙ୍କୁ ସରକାର କରିବେ ସାହାଯ୍ୟ। ରାସନ କାର୍ଡ ନଥିବା ପ୍ରତି ପରିବାର ପିଛା ଦୁଇ ଲିଟର କିରୋସିନି ଯୋଗାଇ ଦିଆଯିବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଏହି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବିଭାଗ ପକ୍ଷରୁ ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖାଯାଇଛି। ଚିଠିରେ ଉଲ୍ଲେଖ ରହିଛି ଯେ, ଓଫାଷ୍ଟ କମ୍ ଫାଷ୍ଟ ସର୍ଭିସ୍ ଭିତ୍ତିରେ ଯୋଗାଇ ଦିଆଯିବ। ଏହାଦ୍ୱାରା ରାଜ୍ୟର ୧୭ ଲକ୍ଷରୁ ଅଧିକ ଅଣ ରାସନକାର୍ଡଧାରୀ ଉପକୃତ ହେବେ।