ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ !

ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା ଦେଇଛନ୍ତି।
ଜୁନ୍ ୨ରୁ ଯୁକ୍ତ ୨ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା। ୬୪ କେନ୍ଦ୍ରରେ ଅଫ୍ଲାଇନ୍ ଓ ୩୭ଟି କେନ୍ଦ୍ରରେ ଅନ୍ଲାଇନ୍ ମୂଲ୍ୟାୟନ ହୋଇଥିଲା। ୨ଟି ପର୍ଯ୍ୟାୟରେ +୨ ଖାତା ମୂଲ୍ୟାୟନ ହୋଇଥିଲା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍ ୨ରୁ ଜୁନ୍ ୧୨ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଓ ଜୁନ୍ ୧୩ରୁ ୨୨ ଯାଏ ୨ୟ ପର୍ଯ୍ୟାୟ ମୂଲ୍ୟାୟନ ହୋଇଥିଲା।
ସୂଚନାଥାଉ କି, ଗତ ଏପ୍ରିଲ ୨୮ରେ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଜୁନ୍ ୪ ପର୍ଯ୍ୟନ୍ତ ଏହା ଚାଲିଥିଲା।