୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡାଦେଶ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ୪ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ମାମଲାର ୨୦ବର୍ଷ ପାଇଁ ସଶ୍ରମ କାରାଦଣ୍ଡାଦେଶ ସୁନାଇଲେ କୋର୍ଟ। । କଟକ ଆଡ଼ହକ ଏଡିଜେ ସ୍ବତନ୍ତ୍ର ପୋସ୍କୋ କୋର୍ଟରେ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଦୋଷୀ ଜିତେନ୍ଦ୍ର ସାହୁକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଲେ କୋର୍ଟ । ଏହାସହ ୧୫ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ପୀଡିତାଙ୍କୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଅର୍ଥ ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ୧୮ବର୍ଷ ହେବା ପର୍ଯ୍ୟନ୍ତ ଏହି ଟଙ୍କା ପୀଡିତାର ବ୍ୟାଙ୍କ ଆକାଉଣ୍ଟରେ ଫିକ୍ସ ଡିପୋଜିଟ୍ ହୋଇ ରହିବ। ସୂଚନାଯୋଗ୍ୟ, ୨୦୧୯ ମସିହା ଫେବୃଆରୀ ୨୭ ତାରିଖ ରାତିରେ ୪ ବର୍ଷ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିଲା । ଏକ ବିବାହ ମଣ୍ଡପରେ ବିବାହ କାର୍ଯ୍ୟ ଚାଲିଥିବା ବେଳେ ଦୋଷୀ ଦୁଷ୍କର୍ମ କରିଥିଲା ।

Leave a comment