ଆଜି ପୁଣି ୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଜି ପୁଣି ୨୬୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୬୧୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୦ଜଣ ସ୍ଥାନୀୟ ଥିବାବେଳେ ୨୩୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।
COVID-19 REPORT FOR 27th JUNE
New positive Cases: 264
In quarantine: 234
Local contacts: 30(Details of local contacts will be shared by concerned District Administration)
DIstrict Wise Cases
1. Khordha: 15
2. Jharsuguda: 18
3. Koraput: 1
4. Jajpur: 41
5. Keonjhar: 25— I & PR Department, Odisha (@IPR_Odisha) June 28, 2020
ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୭୬, ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୮ ଜଣ ଲେଖାଏଁ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହାଛଡ଼ା ବାଲେଶ୍ବର ଓ କଟକରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ, ପୁରୀରୁ ୭, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୪-୪ ଜଣ ଚିହ୍ନଟ, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡ଼ା, ଗଜପତି, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟହୋଇଥିବାର ସୂଚନା ମିଳିଛି।
ଏବେରାଜ୍ୟରେ ମୋଟ୍ ୪୬୦୬ଜଣ ସୁସ୍ଥହୋଇ ଘରକୁ ଫେରିଥିବାବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୦ ରହିଛି। ଅପରପକ୍ଷରେ ୧୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।