ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ମାର୍କ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରକାଶ ପାଇଲା +୨ ପ୍ରଥମ କଟ୍ ଅଫ୍ ମାର୍କ । ଯୁକ୍ତ ୨ କଳା, ବିଜ୍ଞାନ, ବାଣିଜ୍ୟ, ସଂସ୍କୃତ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରକାଶ ପାଇଛି କଟ୍ ଅଫ ମାର୍କ। ଚଳିତ ବର୍ଷ ଯୁକ୍ତ ଦୁଇରେ ନାମଲେଖା ପାଇଁ ୪ ଲକ୍ଷ ୩୫ ହଜାର ୯୨ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କରେ ୩ ଲକ୍ଷ ୮୬ ହଜାର ୪୬୪ ଜଣ ଛାତ୍ରାଛାତ୍ରୀ ମନୋନୀତ ହୋଇଛନ୍ତି। ଏନେଇ chse ପକ୍ଷରୁ ସୂଚନା ଦିଆଯାଇଛି।

 www.samsodisha.gov.in ସାମ୍ ପୋର୍ଟାଲରେ ଉପଲବ୍ଧ ହେଉଛି ମେରିଟ ଲିଷ୍ଟ। ଏହି ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ ହୋଇଥିବା ଛାତ୍ରଛାତ୍ରୀମାନେ ୧୪ରୁ ୨୧ତାରିଖ ମଧ୍ୟରେ ନାମଲେଖା ପାରିବେ। ନାମଲେଖା ସମୟରେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯିବ । ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି। ଛାତ୍ରଛାତ୍ରୀଙ୍କ ଇଣ୍ଟିମେସନ୍ ଲେଟର୍‌ରେ ସବିଶେଷ ତଥ୍ୟ ରହିବ। ପିଲାମାନେ କେଉଁ ସମୟରେ ନାମଲେଖା ପାଇଁ କ୍ୟାମ୍ପସକୁ ଆସିବେ, ସେନେଇ ଇଣ୍ଟିମେସନ୍ ଲେଟର୍‌ରେ ଉଲ୍ଲେଖ କରାଯିବ। ନାମ ଲେଖାଇବାକୁ ଆସିବା ସମୟରେ ମାସ୍କ, ଥର୍ମାଲ ସ୍କ୍ରିନିଂ, ବିଶୋଧନ ଓ ସାମାଜିକ ଦୂରତା ବଜାୟ ରଖିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଯୁକ୍ତ୨ କଲେଜର ଅଧ୍ୟକ୍ଷଙ୍କୁ କୁହାଯାଇଛି। ପ୍ରତି ଘଣ୍ଟାରେ ଅତିବେଶିରେ ୧୫ଜଣ ଛାତ୍ରଛାତ୍ରୀଙ୍କୁ ନାମ ଲେଖାଇବାକୁ ଅନୁମତି ଦିଆଯିବ ।

Leave a comment

You cannot copy content of this page