ପୋଲିସ ଏନକାଉଣ୍ଟରରେ ୩ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । କରିଗୁଟା ଜଙ୍ଗଲରେ ପୋଲିସ ଏନକାଉଣ୍ଟରରେ ତିନି ହାର୍ଡକୋର ମାଓବାଦୀ ନିହତ । ଘଟଣା ସ୍ଥଳରୁ ଗୋଟିଏ LMG, ଗୋଟିଏ AK47 ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ପୋଲିସ । ଏହି ସୂଚନା ଦେଇଛନ୍ତି ବିଜାପୁର ଏସପି ଜିତେନ୍ଦ୍ର ୟାଦବ । ଏବେବି ଜଙ୍ଗଲରେ ଗୁଳିବିନିମୟ ଜାରି ରହିଛି ।
ସୂଚନାଯୋଗ୍ୟ ଏପ୍ରିଲ ୨ ତାରିଖରେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲା ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ ହୋଇଥିଲା । ଏଥିରେ ୪ ହାର୍ଡକୋର ମାଓବାଦୀ ନିହତ ହୋଇଥିଲେ । ଘଟଣାସ୍ଥଳରୁ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଥିଲା ସୁରକ୍ଷା କର୍ମୀ ।