ଭୟଙ୍କର ଦୁର୍ଘଟଣା ୩ଜଣ ପୋଲିସ କର୍ମଚାରୀ ମୃତ

ଓଡ଼ିଶା ଫାଷ୍ଟ (ବ୍ୟୁରୋ):ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନା ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଥିରେ ୩ ଜଣ ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ସ୍ଥାନାନ୍ତର କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।
ଶୁକ୍ରବାର ସନ୍ଧ୍ୟାରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଲାଗି ଏକ ପୋଲିସ ଟିମ ନବରଙ୍ଗପୁରରୁ କୋଷାଗୁମୁଡାକୁ ଯାଉଥିଲେ । ଏହି ସମୟରେ ପାପଡାହାଣ୍ଡି ଥାନା ସୋରିଷପଦର ନିକଟରେ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଗାଡିଟି ରାସ୍ତାକଡକୁ ଓଲଟି ପଡିଥିଲା । ଫଳରେ ଗାଡିରେ ଥିବା ସମସ୍ତ ପୋଲିସ କର୍ମଚାରୀ ଓ ଗ୍ରାମରକ୍ଷୀମାନେ ଗୁରୁତର ଆହତ ହୋଇଥିଲେ । ଖରପାଇ ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଁଚି ଆହତଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତି କରିଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ୩ଜଣଙ୍କର ମୃତ୍ୟୁ ଘଟିଥିଲା । ଅନ୍ୟ ୧୪ ଜଣ ଗୁରୁତର ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା କିପରି ଘଟିଲା, ସେ ନେଇ ତଦନ୍ତ ଆରମ୍ଭ ହୋଇଛି ।