ଆଜି ୪୯୦ ସ୍କୁଲ ଲୋକାର୍ପଣ ହେବ

0

ଭୁବନେଶ୍ୱର (ଓଡ଼ିଶା ଫାଷ୍ଟ ବ୍ୟୁରୋ): ରାଜ୍ୟରେ ବଦଳୁଛି ପିଲାଙ୍କ ଶିକ୍ଷା ମନ୍ଦିର। ନୂଆ ରୂପରେ ନୂଆ ରଙ୍ଗରେ ଚମକୁଛି ସେମାନଙ୍କ ବିଦ୍ୟାପୀଠ। ୫ଟି ସ୍କୁଲ୍ ରୂପାନ୍ତରିକରଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ ପରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ। ଆଜି (ସୋମବାର) ୫ଟି ଜିଲ୍ଲାରେ ୪୯୦ଟି ହାଇସ୍କୁଲ ରୂପାନ୍ତରିତ ହେବ। ଭିସି ଜରିଆରେ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସ୍କୁଲରେ ତିଆରି ହୁଅନ୍ତି ଦେଶର ଭବିଷ୍ୟତ। ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ। ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟରେ ପ୍ରଥମେ ସ୍କୁଲର ବିକାଶ କରାଯାଉଛି। ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ହେଲା କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକ ୧୩୫ ସ୍କୁଲ, କଳାହାଣ୍ଡିର ୧୦୦ ସ୍କୁଲ, ଝାଟସୁଗୁଡାର ୭୦ ସ୍କୁଲ ଓ ବରଗଡର ୯୦ଟି ସ୍କୁଲ ରହିଛି।

Leave a comment