ସମ୍ ରେ ୫୨୫ ଶଯ୍ୟା ବିଶିଷ୍ଟ କୋଭିଡ୍ ୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରରେନସିଙ୍ଗ ଜରିଆରେ “ସମ୍ ହସ୍ପିଟାଲରେ ୫୦୦ ସାଧାରଣ ଶଯ୍ୟା ଏବଂ ୨୫ଟି ଆଇସିୟୁ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲର ଉଦଘାଟନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଭିଡିଓ କନଫରେନସିଙ୍ଗ ମାଧ୍ୟମରେ ଏହି ଉଦଘାଟନୀ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ଏହାସହ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । “ଆଇଏମଏସ୍’ ଓ “ସମ୍’ର ମିଳିତ ଉଦ୍ୟମରେ ଏହି କୋଭିଡ୍-୧୯ ହସ୍ପିଟାଲ ୫୨୫ ରୋଗୀଙ୍କ ନିମନ୍ତେ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ଡାକ୍ତର, ନର୍ସଙ୍କଠାରୁ ଆରମ୍ଭ କରି ଆବଶ୍ୟକୀୟ ମେଡ଼ିକାଲ୍ ଭିତ୍ତିଭୂମି ସମ୍ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ୍ ଯୋଗାଇ ଦେଇଥିବା ବେଳେ ଏମସିଏଲ୍ ଆର୍ଥିକ ସହଯୋଗ କରିଛି । ସମ୍ କୋଭିଡ୍ ହସ୍ପିଟାଲ୍ ଦେଶର ସର୍ବବୃହତ୍ତ ହସ୍ପିଟାଲ ର ମାନ୍ୟତା ପାଇଛି ।
ସୂଚନାଯୋଗ୍ୟ, ଭୁବନେଶ୍ୱରର କିମ୍ସ ହସ୍ପିଟାଲରେ କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକ୍ଷମ ହୋଇଥିବା ଜଣାଯାଇଛି। କିମ୍ସ ହସ୍ପିଟାଲରେ ୧୪ କରୋନା ରୋଗୀ ଚିକିତ୍ସାଧୀନ ଥିବାର ସୂଚନା ମିଳିଛି। ଅପରପକ୍ଷରେ ରାଉରକେଲାରେ ଥିବା ହାଇଟେକ୍ କୋଭିଡ୍ ହସ୍ପିଟାଲ ବି କାର୍ଯ୍ୟକ୍ଷମ ହୋଇଥିବା ଜଣାଯାଇଛି।