୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଏବିଇଓ, ମାଡିବସିଲା ଭିଜିଲାନ୍ସ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଭିଜିଲାନ୍ସ ଜାଲରେ ମୁରିବାହାଲ ଏବିଇଓ । ଏକ ପୁରୁଣା ମାମଲାକୁ ରଫାଦଫା କରିବାକୁ ଟଙ୍କା ନେଇଥିଲା ବେଳେ ଭିଜିଲାନ୍ସ ଟିମ୍ ମାଡି ବସିଛି ।
ସୂଚନାନୁସାରେ, ମୁରିବାହାଲ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରନ୍ତି ଅତିରିକ୍ତ ବ୍ଲକ୍ ଶିକ୍ଷାଧିକାରୀ ଏବିଇଓ ଦେବରାଜ ଦାସ । ସେ ଏକ ମାମଲା ରଫଦଫା ପାଇଁ ଚାଉଳଫୁଗୁଡା ପ୍ରାଥମିକ ବିଦ୍ୟାଳୟର ଅତିରିକ୍ତ ପ୍ରଧାନ ଶିକ୍ଷକ ବୈଧୂତ ସାହୁଙ୍କ ଠାରୁ ଟଙ୍କା ନେଉଥିଲେ । ଏହି ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା। ଏହାସହ ୫ ହଜାର ଟଙ୍କା ମଧ୍ୟ ଜବତ କରାଯାଇଛି।
ଅତିରିକ୍ତ ପ୍ରଧାନ ଶିକ୍ଷକ ବୈଧୂତଙ୍କ ଅଭିଯୋଗ ଅନୁସାରେ, ୨୦୧୯ ରେ ଏକ ପ୍ରୋସେଡିଂ ରଫାଦଫା କରିବାକୁ ଏବିଇଓ ଟଙ୍କା ମାଗୁଥିଲେ । ବାରମ୍ବାର ଟଙ୍କା ମାଗିବା ସହ ମାନସିକ ନିର୍ଯ୍ୟାତନା ମଧ୍ୟ ଦେଉଥିଲେ ଏବିଇଓ । ଶେଷରେ ସେ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ ।