ଗଞ୍ଜାମ ଜିଲ୍ଲାରେ ସକାଳ ୭ରୁ ୨ଟା ଯାଏଁ ବ୍ୟାଙ୍କ ଖୋଲା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ‌ଆଜିଠାରୁ ସକାକୁ ଖୋଲିବ ବ୍ୟାଙ୍କ। ସକାଳ ୭ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବ୍ୟାଙ୍କ ଖୋଲା ରହିବ। ଜନଗହଳି ନିୟନ୍ତ୍ରଣ, ଗ୍ରୀଷ୍ମ ପ୍ରବାହ ଓ ଅଂଶୁଘାତ ଭୟ ଏଡ଼ାଇବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୫୩ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ହେଲେ ଏପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲା ଜଣେ ହେଲେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ତେବେ ଗଂଜାମ ଜିଲ୍ଲାର ଯେପରି ସଂକ୍ରମଣ ନହୁଏ ସେଥିପାଇଁ ଅଗୁଆ ପଦକ୍ଷେପ ନେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ।

Leave a comment