ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ନବୀନଙ୍କୁ ନିମନ୍ତ୍ରଣ

0

ଜୁନ୍ ୧୨ ଅର୍ଥାତ ବୁଧବାର ବିଜେପି ସରକାରର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ମଙ୍ଗଳବାର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିବାକୁ ବିଜେପିର ୫ ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ଶପଥ ଉତ୍ସବରେ ଯୋଗଦେବାକୁ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି।

ବିଜେପିର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି।

ସୂଚନା ଯୋଗ୍ୟ,ଜୁନ୍ ୧୨ ଅର୍ଥାତ୍ ବୁଧବାର ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ। ଅପରାହ୍ଣ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବ ହେବ। ୨ଟା ୧୦ରେ ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପହଞ୍ଚିବେ। ବିମାନ ବନ୍ଦରରୁ ସିଧା ରାଜଭବନ ଯିବେ ପ୍ରଧାନମନ୍ତ୍ରୀ। ବିଜେପି ସରକାରର ଶପଥ ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ରାଜଭବନରୁ ବାହାରି ପ୍ରଧାନମନ୍ତ୍ରୀ ରୋଡ୍ ଶୋ’ କରିବା ପରେ ଜନତା ମଇଦାନ ସମାରୋହରେ ପ୍ରଧାନମନ୍ତ୍ରୀ ପହଞ୍ଚିବେ।

Leave a comment