ଆସନ୍ତାକାଲି ଯାଏଁ ଗୃହ ମୁଲତବୀ
ଆସନ୍ତାକାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା, ୨୫ ରେ ପୂର୍ଣ୍ଣାଙ୍ଗ ବଜେଟ୍
ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ରଘୁବର ଦାସଙ୍କ ଦ୍ୱାରା ଅଭିଭାଷଣ ରଖାଯିବା ପରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାକୁ ସମର୍ଥନ କରିଥିଲେ ବିରୋଧୀ । ଏହାପରେ ଗୃହକୁ ଆସନ୍ତା କାଲି ଯାଏଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।
ଆସନ୍ତା କାଲି ଉପବାଚସ୍ପତି ନିର୍ବାଚନ ପାଇଁ ଘୋଷଣା ହେବା ସହ ୨୪ ତାରିଖରେ ଏନେଇ ନିର୍ବାଚନ ହେବ ।ଏହାପରେ ୨୫ ତାରିଖରେ ଉପସ୍ଥାପିତ ହେବ ପୂର୍ଣ୍ଣ ବଜେଟ୍ ।