ଶପଥ ଗ୍ରହଣ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କଲେ ନବୀନ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ବାଗତ କରିଥିଲେ । ଏହି ଅବସରରେ ବରିଷ୍ଠ ଅଧିକାରୀମାନେ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରି ସ୍ବାଗତ ଜଣାଇଥିଲେ । ଏହାପରେ କଡ଼ା ସୁରକ୍ଷା ମଧ୍ୟରେ ନବୀନ ଶ୍ରୀମନ୍ଦିର ଭିତରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ତାଙ୍କ ସହ ଜିଲାର ନବ ର୍ନିବାଚିତ ବିଜେଡି ବିଧାୟକମାନେ ସାମିଲ ହୋଇଥିଲେ।

ପ୍ରକାଶଯୋଗ୍ୟ, ଆସନ୍ତାାଲି ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନବୀନ ପଟ୍ଟନାୟକ । ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଶପଥ ଗ୍ରହଣ ସମାରୋହ ଆୟୋଜିତ ହେଉଥିବା ବେଳେ ଏଥି ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କାଲି ପୂର୍ବାହ୍ନ ୧୦ଟା ୩୦ ମିନିଟରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ।

Leave a comment