ହାତୀ ଆକ୍ରମଣରେ ଦୁଇ ମୃତ, କ୍ଷତିପୂରଣ ଦାବିରେ ରାସ୍ତାରୋକ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳ ଜଙ୍କିଆ ଥାନା ହଜ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି । ଅନ୍ୟଜଣେ ଗୁରୁତର ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଦନ୍ତା ହାତୀ ହଜ ଓ କଳରାଝକୁ ପ୍ରବେଶ କରି ଶୋଇଥିବା ଅବସ୍ଥାରେ 3 ଜଣ ଲୋକଙ୍କୁ ଆକ୍ରମଣ କରିଛି । ଏଥିରେ 2 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗୁରୁତର ବ୍ୟକ୍ତିଙ୍କୁ ପ୍ରଥମେ ଖୋର୍ଦ୍ଧା ଜିଲ୍ଲା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ହଜ-ରଣପୁର ରାସ୍ତାକୁ ଅବରୋଧ କରିଛନ୍ତି । ଫଳରେ ଗମାନଗମନ ପ୍ରଭାବିତ ହୋଇଛି ।

Leave a comment