ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ

0

ଓଡିଶା ଫାଷ୍ଟ( ବ୍ୟୁରୋ): ନେତାଜୀ ସୁବାଷ ଚନ୍ଦ୍ର ବୋଷ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରଠାରେ ଜନ୍ମ ନେଇଥିଲେ ସୁବାଷ ବୋଷ । ଭାରତୀୟ ସ୍ୱାଧୀନତା ଆନ୍ଦୋଳନରେ ତାଙ୍କର ପ୍ରମୁଖ ଭୂମିକା ଥିଲା । ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସର କମିଟିର ସମ୍ପାଦକ ହୋଇଥିଲେ ।ସୁଭାଷ ବୋଷ ଦେଶର ପୂର୍ଣ୍ଣ ସ୍ୱାଧୀନତା ଚାହିଁଥିଲେ । ବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କରିଥିଲେ ସୁବାଷ ବୋଷ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ ।

ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ମଧ୍ୟ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ।୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ଆନ୍ଦୋଳନ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ ।

Leave a comment