ଆଜି ପବିତ୍ର ମାଘ ସପ୍ତମୀ, ଚନ୍ଦ୍ରଭାଗାରେ ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

0

ଓଡିଶା ଫାଷ୍ଟ (ବ୍ୟୁରୋ): ଆଜି ହେଉଛି ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁରକ୍ଷା ପାଇଁ ଚନ୍ଦ୍ରଭାଗାରେ ବ୍ୟାପକ ପୁଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି। ଏହାସହ ସମୁଦ୍ରରେ ସୁରକ୍ଷିତ ସ୍ନାନ ପାଇଁ ଏନଡ଼ିଆରଏଫ, ଓଡ଼୍ରାଫ ଓ ଅଗ୍ନିଶମ ବାହିନୀଙ୍କୁ ମଧ୍ୟ ମୁତୟନ ହୋଇଛନ୍ତି। ଭକ୍ତଙ୍କ ସୁବିଧା ପାଇଁ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଇଛି। ପବିତ୍ର ମାଘ ସପ୍ତମୀ ତିଥିରେ ସୂର୍ଯ୍ୟଦେବ ଅର୍କ ନାମକ ଏକ ଦୈତ୍ୟକୁ ପାତାଳକୁ ଚାପି ତୀର୍ଥ ଅର୍କତୀର୍ଥ ସୃଷ୍ଟି କରିଥିବାରୁ ପ୍ରତିବର୍ଷ ମାଘ ଶୁକ୍ଳ ସପ୍ତମୀ ଦିନ ଏହି ତୀର୍ଥରେ ପବିତ୍ର ସ୍ନାନ ଉତ୍ସବ ଅନୁଷ୍ଠିତ ହୋଇଥାଏ। ତେଣୁ କୋଣାର୍କ ସୂର୍ଯ୍ୟକ୍ଷେତ୍ର ନାମରେ ପ୍ରସିଦ୍ଧି ଲାଭ କରିଛି। ଏହିଦିନରେ ସୂର୍ଯ୍ୟଦେବଙ୍କୁ ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଏ।

Leave a comment