ସଞ୍ଜୀବ ପାଣିଗ୍ରାହୀ ଓଡ଼ିଶା ହାଇକୋର୍ଟ ବିଚାରପତି

0

ଓଡିଶା ଫାଷ୍ଟ( ବ୍ୟୁରୋ): ସୁପ୍ରମିକୋର୍ଟର ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶୁକ୍ରବାର ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଜଜ୍‌ ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରମିକୋର୍ଟରେ ଓଡ଼ିଶା ସରକାରଙ୍କ ମାମଲା ପରିଚାଳନା କରୁଥିବା ଶ୍ରୀ ପାଣିଗ୍ରାହୀଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୧୫ରେ ପହଞ୍ଚିବ।

Leave a comment