କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ବେଳେ ଜୀବନ ଗଲେ ମିଳିବ ୫୦ ଲକ୍ଷ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ବଡ଼ ଘୋଷଣା କରିଛନ୍ତି। ସେ ଭିଡିଓ ବାର୍ତ୍ତାରେ ଏହି ଘୋଷଣା କରିଛନ୍ତି। କରୋନା ସଂକ୍ରମିତ ରୋଗୀଙ୍କର ଚିକିତ୍ସା କରୁଥିବା ବେଳେ ଯଦି କୌଣସି ଡାକ୍ତର ବା ସ୍ବାସ୍ଥ୍ୟକର୍ମୀଙ୍କର ମୃତ୍ୟୁ ଘଟିବ, ତେବେ ସେମାନଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ମିଳିବ ବୋଲି ସେ କହିଛନ୍ତି। ଉଭୟ ଘରୋଇ ଓ ସରକାରୀ ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କୁ ମିଳିବ ଏହି ଟଙ୍କା।
ଏହାଛଡ଼ା ସେମାନଙ୍କ ପରିବାରକୁ ତାଙ୍କ ଚାକିରୀ ଥିବା ପର୍ଯ୍ୟନ୍ତ ପୁରା ପେନସନ୍ ବି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏବଂ କରୋନା ଯୋଦ୍ଧାମାନଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦାର ସହ ସଂପନ୍ନ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ।