ଆଉ ୭ ପଜିଟିଭଙ୍କ ସହ ରାଜ୍ୟର ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୧୮
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରୁ ଆଉ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୪ ଏବଂ ଭଦ୍ରକରୁ ୩ ଜଣ ଅଛନ୍ତି । ଏହାକୁ ମିଶାଇ ରାଜ୍ୟର ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି ଥିବାବେଳେ ସୁନ୍ଦରଗଡ଼ର ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୁ ଏବଂ ଭଦ୍ରକର ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି ।
ସୂଚନା ଅନୁଯାୟୀ, ଭଦ୍ରକ ୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାସୁଦେବପୁର ବ୍ଲକ ର ୨ ଜଣ ଏବଂ ବନ୍ତ ବ୍ଲକ ର ଜଣେ ଅଛନ୍ତି । ସମସ୍ତେ ପୁରୁଷ ଏବଂ ସେମାନଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଥିବା ଭଦ୍ରକ ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି । ଅପରପକ୍ଷରେ ସୁନ୍ଦରଗଡ଼ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଜଣାପଡ଼ିନାହିଁ । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୮୦ ଜଣ ରୋଗୀ ଆକ୍ଟିଭ ଅଛନ୍ତି ।