ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ମୋଦୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାତି ୮ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।
ଲକଡାଉନ ୩.୦ ଜାରି ରହିଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ସମ୍ବୋଧନ ଅନେକ ଗୁରୁତ୍ଵ ବହନ କରୁଛି। ସୋମବାର ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ। କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍ଡାଉନ ଅବଧି ବଢ଼ାଇବାକୁ ପରାମର୍ଶ ଦେଇଥିଲେ।
ତେଣୁ ଲକଡାଉନ ସମ୍ପର୍କରେ ମୋଦୀ କିଛି କହିପାରନ୍ତି ବୋଲି ଆଶା କରାଯାଉଛି। ଲକଡାଉନ ୩.୦ ପରେ ଲକଡାଉନ ଅବଧି ବୃଦ୍ଧି କରାଯିବ କି ନାହିଁ ସେନେଇ ମଧ୍ୟ ପ୍ରଧାନମନ୍ତ୍ରୀ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି।