ରାଜ୍ୟରେ ୫ମ କରୋନା ରୋଗୀଙ୍କ ମୃତ୍ୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ଆଉଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ଜଣକ କଟକ ଜିଲ୍ଲାର ୭୫ବର୍ଷୀୟ ବୃଦ୍ଧ ବୋଲି ଜଣାପଡ଼ିଛି । ରାଜ୍ୟରେ ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ପୂର୍ବରୁ ୪ଜଣଙ୍କର କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିଲା । ସେମାନଙ୍କ ମଧ୍ୟରେ ଦୁଇଜଣ ଖୋର୍ଦ୍ଧାର ଓ ୨ଜଣ ଗଞ୍ଜାମ ଜିଲ୍ଲାର ଥିଲେ । ଏହା ସହିତ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି।