ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିସହ କିଛି କିଛି ଜିଲ୍ଲାରେ ପବନର ବେଗ ବଢ଼ିବ ଓ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏହାପରେ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ପର୍ଯ୍ୟନ୍ତ ପହଞ୍ଚିବ। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ସୋମବାର ଗଜପତି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏଥିସହ ଏହି ୪ଟି ଜିଲ୍ଲା ସମେତ କୋରାପୁଟ, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ବାଲେଶ୍ବର, ସୋନପୁର, ବୌଦ୍ଧ ଓ ମାଲକାନଗିରିରେ ବିଜୁଳି ଘଡ଼ ଘଡ଼ି ସହ ବର୍ଷା ହେବ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ। ୨ ତାରିଖ ଦିନ ସମ୍ବଲପୁର, କଟକ, ପୁରୀ, ଦେବଗଡ଼, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ। ସେହିପରି ୩ ତାରିଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା‌ ଓ କଳାହାଣ୍ଡି ଆଦି ଜିଲ୍ଲା ଏବଂ ୪ ତାରିଖ ଦିନ କୋରାପୁଟ, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାରେ ଝଡ଼ବର୍ଷା ହେବା ସହ ପବନର ବେଗ ୩୦ରୁ ୪୦ କିମି ରହିବ।

Leave a comment