ଆଜି ସର୍ବାଧିକ ୩୦୪ଜଣ କରୋନା ପଜିଟିଭ୍ ଚିହ୍ନଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରାଜ୍ୟରେ ଆଜି ସର୍ବାଧିକ ୩୦୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୩୨ଜଣ ସ୍ଥାନୀୟ ସଂକ୍ରମିତ ଥିବାବେଳେ ଅବଶିଷ୍ଟ ୨୭୨ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଫେରିଥିବା ୪୨ଜଣ ଅଗ୍ନିଶମ ଓ ଏନଡିଆରଏଫ୍ ଯବାନ୍ ଥିବାର ସୂଚନା ଦିଆଯାଇଛି।
ଆଜି ୨୧ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଜପତି ଜିଲ୍ଲାରୁ ସର୍ବାଧିକ ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୪୦,ଝାରସୁଗୁଡ଼ା ଜିଲ୍ଲାରୁ ୨୫ , ଯାଜପୁର ଜିଲ୍ଲାରୁ ୨୧, ଖୋର୍ଦ୍ଧା ଜିଲ୍ଲାରୁ ୫ , ମାଲକାନଗିରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୧୩, ନୟାଗଡ଼ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୨୯, ବାଲେଶ୍ୱର ଜିଲ୍ଲାରୁ ୧୭, ଢେଙ୍କାନାଳ ଜିଲ୍ଲାରୁ ୧, ସୋନପୁର ଜିଲ୍ଲାରୁ ୪, କନ୍ଧମାଳ ଜିଲ୍ଲାରୁ ୧୨ ଭଦ୍ରକ ଜିଲ୍ଲାରୁ ୧୧, ବରଗଡ଼ ଜିଲ୍ଲାରୁ ୧୪, ପୁରୀ ଜିଲ୍ଲାରୁ ୩ , ସୁନ୍ଦରଗଡ଼ ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୧, ମୟୁରଭଞ୍ଜ ଜିଲ୍ଲାରୁ ୬, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।