ତିନିରଥ ନାକଚଣାଦ୍ୱାରରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶ୍ରୀକ୍ଷେତ୍ରରେ ତିନିରଥ ନାକଚଣାଦ୍ୱାରରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି । ବିଧି ଅନୁଯାୟୀ ୩ ରଥରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହୋଇଛି । ୩ ପୂଜାପଣ୍ଡା ସାମନ୍ତ ୩ ବାଡ଼ରୁ ଆଜ୍ଞାମାଳ ଆଣିବା ପରେ ପାଟପଟୁଆରରେ ଆସି ବିଜେ ହୋଇଥିଲା। ଏହାପରେ ୩ ରଥର ଦକ୍ଷିଣ ମୋଡ଼ କରାଯାଇଛି।

ସର୍ବ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ପରେ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଶେଷରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥର ଦକ୍ଷିଣ ମୋଡ଼ କରାଯାଇଛି । ଦକ୍ଷୀଣମୋଡ ପରେ ତିନିରଥ ଏବେ ଶରଧାବାଲି ର ନାକଚଣାଦ୍ୱାରାରେ ରହିଛନ୍ତି । ଆସନ୍ତା ଜୁଲାଇ ୧ ତାରିଖରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ । ଏହା ପୁର୍ବରୁ ମହାପ୍ରଭୂଙ୍କ ସମସ୍ତ ବିଧି ପାଳନ କରାଯାଉଛି । ତେବେ ବାହୁଡା ବେଳେ ପୁରୀରେ କଫ୍ୟୁ ଜାରି ରହିବ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ଗୁରୁବାର ହେରା ପଞ୍ଚମୀ ନୀତି ଅନୁଷ୍ଠିତ ହୋଇଥିଲା । ଏହି ନୀତି ଅନୁସାରେ ଶ୍ରୀମନ୍ଦିରରୁ ମା’ ବିମଳାଙ୍କ ଆଜ୍ଞାନୁଯାୟୀ ମୋହିନୀ ଚୂଣ୍ଣ ଧରି ମା’ ମହାଲକ୍ଷ୍ମୀ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିଥିଲେ । ଶ୍ରୀଗୁଣ୍ଡିଚା ମନ୍ଦିର ସାମ୍ନାରେ ଥିବା ନନ୍ଦିଘୋଷ ରଥ ପାଖରେ ପହଞ୍ଚିବା ପରେ ରୀତିନୀତି ଅନୁଯାୟୀ ମା’ ମହାଲକ୍ଷ୍ମୀଙ୍କ ବନ୍ଦାପନା କରିଥିଲେ ସେବାୟତ। ଏହାପରେ ରଥ ଭାଙ୍ଗିବା ନୀତି ସମ୍ପୂର୍ଣ୍ଣ ହୋଇଥିଲା। ଏହି ନୀତି ସମ୍ପୂର୍ଣ୍ଣ ହେଲାପରେ ମା’ ମହାଲକ୍ଷ୍ମୀ ବଡ଼ଦାଣ୍ଡରେ ନଫେରି ହେରାଗୋହିରୀ ସାହି ଦେଇ ଶ୍ରୀମନ୍ଦିରକୁ ଫେରିଥିଲେ।

Leave a comment