୫ ମାସ ପର୍ଯ୍ୟନ୍ତ ମାଗଣାରେ ଚାଉଳ ଓ ଡାଲି ପାଇବେ ହିତାଧିକାରୀ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁଁ ହୋଇଥିବା ଲକଡାଉନ ଓ ସଟଡାଉନ ଗରିବଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ହିତାଧିକାରୀଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏଁ ଚାଉଳ ଓ ପ୍ରତି ପରିବାର ପିଛା ଏକ କେଜି ଲେଖାଏଁ ଡାଲି ନଭେମ୍ବର ପର୍ଯ୍ୟନ୍ତ ଯୋଗାଇ ଦିଆଯିବ। ଏହାଦ୍ୱାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀ ଉପକାର ପାଇପାରିବେ।

Leave a comment