ଟ୍ୱିଟ୍ରେ ନୂଆଖାଇ ଜୁହାର୍ କହିଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ଟ୍ୱିଟ୍ କରି ସମସ୍ତଙ୍କୁ ପବିତ୍ର ନୂଆଁଖାଇର ଅଭିନନ୍ଦନ ଜ୍ଞାପନ କରିଛନ୍ତି।
ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍। #NuakhaiJuhar #ନୂଆଁଖାଇଜୁହାର🙏 pic.twitter.com/et39pij6Pb
— Naveen Patnaik (@Naveen_Odisha) August 23, 2020
ଏହାସହ ସେ ରାଜ୍ୟବସାୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟ୍ ହ୍ୟାଣ୍ଡେଲରେ ଲେଖଇଛନ୍ତି, ନୂଆଁ ଧାନ୍ ସାଙ୍ଗେ ନୂଆଁ ଆଶା ନେଇକରି ପାଲନ୍ କରୁନ୍ ଇ ଭାଇଚାରାର୍ ପରବ୍ ନୂଆଁଖାଇ। ସମସ୍ତଙ୍କର୍ ସୁଖ ଆର୍ ସମୃଦ୍ଧି କାମନା କରୁଛେଁ। ସଭିଙ୍କୁ ମୋର୍ ନୂଆଁଖାଇ ଜୁହାର୍ ।