ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ନବରଙ୍ଗପୁର ଜିଲ୍ଲାରେ ସମୀକ୍ଷା ବୈଠକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ନବରଙ୍ଗପୁର ଜିଲ୍ଲାର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାର ଖରିଫ ଧାନ ସଂଗ୍ରହ ବ୍ୟବସ୍ଥାକୁ କିପରି ସୁଦୃଢ଼ କରାଯିବ, ଜିଲ୍ଲାର ପୁର୍ତ୍ତ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ କିଭଳି ତ୍ବରାନ୍ବିତ ହେବ ସେ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ଉପସ୍ଥିତ ଥିଲେ ନବରଙ୍ଗପୁର ଜିଲ୍ଲା ଲୋକସଭା ସାଂସଦ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ, ନବରଙ୍ଗପୁର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସଦାଶିବ ପ୍ରଧାନୀ, ଝରିଗାଁ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରକାଶ ମାଝୀ, ଡାବୁଗାଁ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ମନୋହର ରାନ୍ଧାରି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାଗିରଥି ଭତ୍ରା, ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଭାସ୍କର ରାଇତ, ଜିଲ୍ଲା ପ୍ରକଳ୍ପ ଅଧିକାରୀ ରମାକାନ୍ତ ନାୟକ ଓ ଜିଲ୍ଲାର ସମସ୍ତ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।