ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୨୮୨ ପଜିଟିଭ୍ ଚିହ୍ନଟ

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଆଜି ଅନୁଗୋଳରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡରୁ ୮୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡାରୁ ୩୬, କଳାହାଣ୍ଡିରୁ ୧୦୮, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୬, ଖୋର୍ଧାରୁ ୧୯୨, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦, ନୂଆପଡାରୁ ୮୨, ପୁରୀରୁ ୨୮, ରାୟଗଡାରୁ ୧୫, ସମ୍ବଲପୁରରୁ ୮୨, ସୋନପୁରରୁ ୧୨ ଓ ସୁନ୍ଦରଗଡରୁ ୨୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave a comment