ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଏବଂ ୧୦ ଜିଲ୍ଲାରେ ସପ୍ତାହାନ୍ତ ସଟଡାଉନ୍

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ ହେଲାଣି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁରେ ସମୟ ପରିବର୍ତ୍ତନ ସହ ୧୦ ଜିଲ୍ଲାର ସମସ୍ତ ସହରାଞ୍ଚଳରେ ସନ୍ଧ୍ୟା ୬ରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ଜାରି ରହିବ। ସମ୍ପୃକ୍ତ ୧୦ ଜିଲ୍ଲା ସପ୍ତାହନ୍ତ ସଟଡାଉନ୍ ଘୋଷଣା କରିଛନ୍ତି। ସେହି ୧୦ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି।
ସେହିପରି ଅବଶିଷ୍ଟ ୨୦ଟି ଜିଲ୍ଲାର ସହାରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକରେ ରାତି ୯ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ଲାଗୁ ହେବ ନାଇଟ କର୍ଫ୍ୟୁ। ଆସନ୍ତାକାଲି ଠାରୁ କଟକ ଏବଂ ଭୁବନେଶ୍ୱର ସମସ୍ତ ସହରାଞ୍ଚଳରେ ନାଇଟ୍ କର୍ଫ୍ୟୁ ଜାରି ରହିବ। ଏହି ସମୟରେ ଅତ୍ୟାବଶକୀୟ ସେବା ଚାଲୁ ରହିବ ଏବଂ ଏହି କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନେ ସେମାନଙ୍କର ପରିଚୟ ପତ୍ର ଦେଖାଇ ଯା’ଆସ କରିପାରିବେ।

Leave a comment