ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆ ବିଶ୍ୱ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ
Odia University will be establish
ଓଡ଼ିଶ ଫାଷ୍ଟ(ବ୍ୟୁରୋ): ପୁରୀ ଜିଲ୍ଲା ସତ୍ୟବାଦୀର ବକୁଳ ବନରେ ଓଡିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ପଞ୍ଚସଖାଙ୍କ ସମାଧି ପୀଠରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଏହାପରେ ୩୦ଟି ଜିଲ୍ଲାରୁ ଆସିଥିବା ବକୁଳ ବୃକ୍ଷକୁ ବକୁଳ ବନରେ ରୋପଣ କରାଯାଇଥିଲା ।
ସୂଚନା ଅନୁଯାୟୀ, ପଣ୍ଡିତ ଗୋପବନ୍ଧୁଙ୍କ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆ ଭାଷାର ବିକାଶ ପାଇଁ ପୁରୀ ଜିଲ୍ଲା ସତ୍ୟବାଦୀର ବକୁଳ ବନରେ ଓଡିଆ ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହିଠାରେ ହିଁ ପଞ୍ଚସଖା ୧୯୦୯ ମସିହାରେ ପ୍ରଥମକରି ବକୁଳ ବନ ବିଦ୍ୟାଳୟ ଗଠନ କରିଥିଲେ । ସତ୍ୟବାଦୀ ଠାରେ ଓଡିଆ ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା କରିବା ହିଁ ପଞ୍ଚସଖାଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାରଣ ଏହାଦ୍ୱାରା ଓଡ଼ିଆ ଭାଷାର ପ୍ରଚାର ପ୍ରସାର ସହ ଓଡ଼ିଶାର ସଂସ୍କୃତି ସମ୍ୱନ୍ଧରେ ଅଧିକ ଗବେଷଣା କରିବାର ସୁଯୋଗ ମଧ୍ୟ ମିଳିବ । ଏହି କାର୍ଯ୍ୟକ୍ରମରେ ହଜାର ହଜାର ଲୋକ ଯୋଗଦାନ କରିଥିଲେ ।