ପୁଣି ଫ୍ୟାମିଲି କୋର୍ଟରେ ସାଂସଦ ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଚାରିଦିନର ବ୍ୟବଧାନ ପରେ ପୁଣିଥରେ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀ। ପ୍ରଥମେ ବର୍ଷା ଫ୍ୟାମିଲି କୋର୍ଟରେ ପହଞ୍ଚିଥିଲେ। ଏହାର କିଛି ସମୟରେ ଅନୁଭବ ମଧ୍ୟ ପହଞ୍ଚିଛନ୍ତି। ଉଭୟଙ୍କ ଥିବା ବିବାଦର ବୁଝାମଣା ପାଇଁ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି।
ଏହା ପୂର୍ବରୁ ଜୁଲାଇ ୯ ତାରିଖ ଅର୍ଥାତ୍ ଶୁକ୍ରବାର ଦୁହେଁ ଫ୍ୟାମିଲି କୋର୍ଟରେ ହାଜର ହୋଇଥିଲେ। ସେଦିନ ଉଭୟଙ୍କ ମଧ୍ୟରେ ଦୁଇ ଘଣ୍ଟା ଧରି ଆଲୋଚନା ହୋଇଥିଲା। ଏହି ସମୟରେ କମିଶନର ଦୁହିଁଙ୍କୁ ବୁଝାସୁଝା କରିଥିଲେ। କିନ୍ତୁ ସେଦିନ ଆପୋଷ ସମଧାନ ହୋଇନଥିଲା। ଏଥିପାଇଁ ଆଜି ଉଭୟଙ୍କୁ ଦ୍ୱିତୀୟ ତାରିଖ ଦିଆଯାଇଥିଲା। ଦୁହେଁ ଆଜି ଫ୍ୟାମିଲି କୋର୍ଟରେ ପହଞ୍ଚିଛନ୍ତି। ଆଜିର କନସିଲେସନ୍ ପ୍ରକ୍ରିୟାରେ ଉଭୟଙ୍କ ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ପ୍ରୟାସ କରାଯିବ। ଯଦି ଆଜି କୌଣସି ସମାଧାନ ନହୁଏ, ତାହେଲେ ଉଭୟଙ୍କୁ ଆଉ ଗୋଟିଏ ତାରିଖ ଦିଆଯାଇପାରେ। ପରବର୍ତ୍ତୀ ତାରିଖରେ ଯଦି ମାମଲା ସମାଧାନ ନହୁଏ, ତାହାହେଲେ କୋର୍ଟ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରିବେ ବୋଲି ଜଣାପଡ଼ିଛି।
ସୂଚନାରୁ ପ୍ରକାଶ, ଛାଡପତ୍ର ନେଇ କଟକ ଫ୍ୟାମିଲି କୋର୍ଟ ମାମଲା ଦାୟର ହୋଇଥିଲା। ମାତ୍ର ଫ୍ୟାମିଲି କୋର୍ଟ କମିଶନର ବହୁ ବାର କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ବର୍ଷା ହାଜର ହେଉଥିବା ବେଳେ ଅନୁଭବ ଆସୁନଥିଲେ। ଆଉ କେତେବେଳେ ଅନୁଭବ ଆସୁଥିଲା ବେଳେ ବର୍ଷା ହାଜର ହେଉନଥିଲେ। ଯେଉଁଥିପାଇଁ ଉଭୟଙ୍କ ଭିତରେ ଲାଗି ରହିଥିବା ଛାଡ଼ପତ୍ର ମାମଲାର ସମାଧାନ ହୋଇପାରୁନଥିଲା।