ସାଇଣ୍ଟିଫିକ୍ ଟିମ୍ ହାତରେ ଲାଗିଛି ଏକ ଗୁରୁତ୍ୱପୂର୍ଣ୍ଣ ଚିଠି
ଓଡ଼ିଶା ଫାଷ୍ଟ (ବ୍ୟୁରୋ) ସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ବଡ଼ ଖୁଲାସା । ତଦନ୍ତକାରୀ ସାଇଣ୍ଟିଫିକ୍ ଟିମ୍ ହାତରେ ଲାଗିଛି ଏକ ଗୁରୁତ୍ୱପୂର୍ଣ୍ଣ ଚିଠି । ଏହି ଚିଠି ବିଦ୍ୟାଭାରତୀ ଲେଖିଥିବା ଜଣାପଡିଛି । ପୃଥିବୀରେ ମୁଁ ତମକୁ ସବୁଠାରୁ ଅଧିକ ଘୃଣା କରେ । ହେ ପ୍ରଭୁ ସବୁ ଭୁଲକୁ କ୍ଷମା କର । ମୋ ଜୀବନକୁ ନଷ୍ଟ ହେବାକୁ ଦିଅନାହିଁ । କେମିତି ଆଉ ୩ ଦିନ କଟିବ ୧୨ ତାରିଖରୁ ୧୫ ତାରିଖ ପରେ ଶାନ୍ତିରେ ରହିବି ବୋଲି ଚିଠିରେ ଲେଖାହୋଇଛି ।
ମୁଁ ଏହି ଲୋକକୁ ସବୁଠାରୁ ଅଧିକ ଘୃଣା କରେ । ମୋ ନାଁକୁ ଏହି ଲୋକ ସହ ଯୋଡିବାକୁ ମଧ୍ୟ ମୋତେ ଖରାପ ଲାଗୁଛି । ଗୋଟିଏ ଭୁଲ ନିଷ୍ପତ୍ତି କେମିତି ଜୀବନ ନଷ୍ଟ କରିଦିଏ । ପ୍ଲିଜ ମୋତେ କ୍ଷମା କରିଦିଅ । ଜୀବନସାରା ପାଇଁ କଷ୍ଟ ଦେଖିପାରିବିନି । ମୁଁ କାହାର କେବେ କ୍ଷତି କରିନି । କେବେ କାହାର କ୍ଷତି ଚାହିଁନି ବୋଲି ଚିଠିରେ ଲେଖା ହୋଇଛି ।