୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ। ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରିଭାଗରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଲଘୁଚାପ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଓ ଆସନ୍ତାକାଲି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ଜିଲ୍ଲା ଗୁଡିକ ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି SRC। ଏହି ସମୟରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Leave a comment